ଗଣେଶ ବିଦ୍ୟାପୀଠଠାରେ ଜାତୀୟ କୃମି ନାଶକ ଦିବସ ନେଇ ପ୍ରସ୍ତୁତି ବୈଠକ

add-all

ଛତ୍ରପୁର : ଛତ୍ରପୁର ସ୍ଥିତ ଗଣେଶ ବିଦ୍ୟାପୀଠ ଠାରେ ଗୁରୁବାର ଜାତୀୟ କୃମି ନାଶକ ଦିବସ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଆସନ୍ତା ୧୦ ତାରିଖ ଦିନ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ବେଳେ ପ୍ରଥମରୁ ୧୯ ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ ପ୍ରତିରୋଧକ ଦିଆଯିବ l ଏଥିଲାଗି ଛତ୍ରପୁର ବ୍ଲକର ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନଙ୍କୁ ନେଇ ତାଲିମ ପ୍ରଦାନ କରାଯାଇଥିଲା l ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକ୍ଷକ ଡାକ୍ତର ସୌମ୍ୟକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଜନ ସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ବରୁଣ କୁମାର ପାଣିଗ୍ରାହୀ, ଆୟୁଷ ଡାକ୍ତର ସ୍ମୃତି ବର୍ଦ୍ଧନ ନାୟକ, ବିପିଏମ ସିମାଞ୍ଚଳ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ l ସମସ୍ତ କାର୍ଯ୍ୟକ୍ରମ କୁ ବିପିଏମ ଶ୍ରୀ ପ୍ରଧାନ ପରିଚାଳନା କରିଥିଲେ l

ad-week
Leave A Reply

Your email address will not be published.