କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ: ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର: କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ। ଏନେଇ  ଖୁବ୍ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ।

ଏହି ଘୋଷଣାକୁ ନେଇ ବିଭିନ୍ନ ମହଲରେ ଖୁସି ପ୍ରକଟ ହୋଇଛି। ଏହାକୁ  ମଧ୍ୟ ସ୍ବାଗତ କରାଯାଇଛି। ଏହାଦ୍ବାରା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଦିଆଯିବ ବୋଲି ମତ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏହି ଘୋଷଣାକୁ ଐତିହାସିକ ପଦକ୍ଷେପ ବୋଲି  କୁହାଯାଉଛି।

ad-week
Leave A Reply

Your email address will not be published.