୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ୱର: ଆଜି ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ନୂଆ ପ୍ରକଳ୍ପ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ କରିବେ ଆଲୋଚନା। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ।

ଏଥିସହ ଏନଏଚ୍ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶାର ଜାତୀୟ ରାଜପଥ ନେଇ ଆଲୋଚନାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ବହୁ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି। ରାଜ୍ୟକୁ ନୂତନ ପ୍ରକଳ୍ପ ଏବଂ କୋଷ୍ଟାଲ ହାଇୱେ ସଂପର୍କରେ କେନ୍ଦ୍ର ମନ୍ତ୍ରୀଙ୍କ ସହ ସବିଶେଷ ଆଲୋଚନା କରିବେ।

ସୂଚନାଯୋଗ୍ୟ, ଜୁଲାଇ ୨୬ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ। ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟିଥିଲେ ସିଏମ୍ ମୋହନ ମାଝୀ।

ad-week
Leave A Reply

Your email address will not be published.