ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜାଙ୍କ ପରଲୋକ

add-all

ବରଗଡ଼: ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ ସାହୁ।

କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି। ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ ଗୋପାଳ ସାହୁ ବରଗଡ଼ ଧନୁଯାତ୍ରାର ସପ୍ତମ କଂସ ଭାବରେ ଅଭିନୟ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି।

ତାଙ୍କ ନାମ ଗୋପାଳ(ଶ୍ରୀକୃଷ୍ଣ) ହେଲେ ବି ତାଙ୍କୁ କଂସ ମହାରାଜ ଭାବରେ ସମସ୍ତେ ଜାଣୁଥିଲେ। ତାଙ୍କ ସମୟର ଅନେକ କଥା ଆଜି ବି କିମ୍ବଦନ୍ତୀ ହୋଇ ରହିଛି। ଗୋପାଳଙ୍କ ଅଭିନୟ ପାଇଁ ସେ ଅନେକ ନାମୀ ଅନୁଷ୍ଠାନରୁ ସମ୍ବର୍ଦ୍ଧିତ ହୋଇଥିଲେ।

ad-week
Leave A Reply

Your email address will not be published.