GST ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ; ୫ଟି ସ୍ଥାନରେ ଚଢ଼ାଉ

add-all

ଭୁବନେଶ୍ବର : GST ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ। ଯାଜପୁର CT&GST ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ରହିଛି। ପ୍ରାୟ ୫.୮୫ ଲକ୍ଷ ରାଜସ୍ୱ ହେରଫେର କରିଥିବା ଜଣାପଡ଼ିଛି।
GST ଅତିରିକ୍ତ କମିଶନର ଜଣେ ଡିଲର୍ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା ତାଙ୍କ ନାଁରେ ଅଭିଯୋଗ ରହିଛି। ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।
ବିନୟ ଭୂଷଣଙ୍କର ଭୁବନେଶ୍ୱର ୟୁନିଟ୍ ୨ରେ ଥିବା କ୍ୱାର୍ଟର୍ସ ଓ ଖୋର୍ଦ୍ଧାରେ ଥିବା ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। କଟକ ଭିଜିଲାନ୍ସ ଡିଭଜନ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଚଢ଼ାଉ ବିଭିନ୍ନ କମ୍ପାନୀର କିଛି ଡକ୍ୟୁମେଣ୍ଟ ଓ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଛି।

ad-week
Leave A Reply

Your email address will not be published.