ତେନ୍ତୁଳିଖୁଣ୍ଟି ଠାରେ ଜିଲ୍ଲା ପ୍ରଶାସନର ଜନଶୁଣାଣୀ ଶିବିର ଅନୁଷ୍ଠିତ

add-all

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଆଜି ତେନ୍ତୁଳୀଖୁଣ୍ଟି ବ୍ଳକ ଠାରେ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଜନଶୁଣାଣୀ କାର୍ଯ୍ୟକ୍ରମରେ ସମ୍ମାନୀୟ ଜିଲ୍ଲାପାଳ ଶ୍ରୀ ଡଃ ଶୁଭଙ୍କର ମହାପାତ୍ର , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ରୋହିତ ବର୍ମା, ଉପଜିଲ୍ଲାପାଳ ଶ୍ରୀ ପ୍ରକାଶ ମିଶ୍ର, ମୁଖ୍ୟ ଉନ୍ନୟନ ଏବଂ ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ ପାଣିଗ୍ରାହୀ ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଜନଶୁଣାଣୀ କରିଥିଲେ। ସର୍ବମୋଟ ୩୦ଟି ଶୁଣାଣୀ ମଧ୍ୟରୁ ବ୍ୟକ୍ତିଗତ ୨୬ ଟିର ଏବଂ ଦଳଗତ ୦୪ ଟିର ଅଭିଯୋଗ ଶୁଣାଣୀ କରାଯାଇଥିଲା।ଜନଶୁଣାଣୀ କାର୍ଯ୍ୟକ୍ରମ ପରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁଧାଂଶୁ ପାତ୍ରଙ୍କ ଉପସ୍ଥିତିରେ ଜିଲ୍ଲାପାଳଙ୍କ ଦ୍ୱାରା ଶ୍ରବଣ ଯନ୍ତ୍ର ୨୮ ଟି ଏବଂ ହ୍ୱିଲ ଚେୟାର ୨ ଟି ପ୍ରଦାନ କରାଯାଇଥିଲା।

ad-week
Leave A Reply

Your email address will not be published.