ଓଏସଆରଟିସି ସିଏଓଙ୍କ ଘରେ ଭିଜିଲାନ୍ସ ରେଡ୍, ୭ଟି ସ୍ଥାନରେ ଏକକାଳୀନ ଚଢାଉ

add-all

ଭୁବନେଶ୍ୱର: ଓଏସଆରଟିସି (OSRTC) ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌। ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ରେଡ୍‌। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚାଲିଛି ଚଢ଼ାଉ।

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ଵର କାର୍ଯ୍ୟାଳୟ ସମେତ ନନ୍ଦନ ବିହାର, ପଳାଶୁଣୀରେ ଥିବା ଘରେ ଚଢ଼ାଉ କରାଯାଇଛି।

ବିଜୟ ମଙ୍ଗରାଜଙ୍କ ବିରୋଧରେ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘରେ ଚଢ଼ାଉ କରିଥିବା ଜଣାଯାଇଛି। ଏହି ଚଢ଼ାଉରେ ୮ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ଓ ୯ ଜଣ ଏସଏଆଇ ସହ ଅନ୍ୟାନ୍ୟ ଷ୍ଟାପ୍ ସାମିଲ ହୋଇଛନ୍ତି।

ad-week
Leave A Reply

Your email address will not be published.