ପ୍ରବଳ ବର୍ଷିବ: ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

add-all

ଭୁବନେଶ୍ୱର: ସକ୍ରିୟ ରହିଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଫଳରେ ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ରାଜ୍ୟରେ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ୍‌ ଓ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ ସତର୍କ ସୂଚନା ଜାରି କରିଛନ୍ତି ଏସିଆରସି। ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ୮ ଜିଲ୍ଲାକୁ ଅରେଞ୍ଜ୍‌ ଓ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ମାନଙ୍କରେ ୭ରୁ ୧୧ ସେମି ବର୍ଷା ହେବା ନେଇ ସୂଚନା ମିଳିଛି।

ad-week
Leave A Reply

Your email address will not be published.