ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା

add-all

ଭୁବନେଶ୍ୱର: ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା। ବିଧାନସଭାରେ କୃଷି ମନ୍ତ୍ରୀ କେଭି ସିଂହଦେଓ ଦେଲେ ସୂଚନା। ବର୍ଷକୁ ୨ଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏଁ ୪ ହଜାର ଟଙ୍କା। ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ମିଳିବ ୧୨,୫୦୦ ଟଙ୍କା।

ନୂଆ ସାମିଲ ପାଇଁ ସିଏମ୍ କିଷାନ ପୋର୍ଟାଲରେ ଆବେଦନ କରିହେବ। ସେହିପରି ଯୋଗ୍ୟତା ଥାଇ ପିଏମ୍ କିଷାନ ଯୋଜନାରୁ ବାଦ୍‌ ଚାଷୀଙ୍କୁ ସାମିଲ କରାଯିବାର ବ୍ୟବସ୍ଥା ରହିବ। ପ୍ରତ୍ୟେକ ଭୂମିହୀନ କୃଷି ପରିବାରକୁ ସମୁଦାୟ ତିନୋଟି କିସ୍ତିରେ ୧୨ ହଜାର ୫୦୦ ଟଙ୍କା ପ୍ରଦାନ କରାଯିବ।

ଏହି ପ୍ରିକ୍ରିୟା ଖୁବଶୀଘ୍ର କାର୍ଯ୍ୟକାରୀ କରାଯିବ ବୋଲି ଲିଖିତ ଉତ୍ତର ରଖିଛନ୍ତି। ଅନ୍ୟପଟେ ପିଏମ କିଷାନ ଯୋଦନାର ନିୟମାବଳୀ ଅନୁଯାୟୀ ଚାଷୀମାନେ ଯୋଗ୍ୟ ବିବେଚିତ ହେବେ। ଯୋଗ୍ୟ ବିବେଚିତ ହେଲେ ସେମାନଙ୍କୁ ପିଏମ କିଷାନ ସହାୟତା ରାଶି ପ୍ରଦାନ କରାଯିବ।

ad-week
Leave A Reply

Your email address will not be published.