ଉନ୍ମୋଚିତ ହେଲା”ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲ

add-all

ଭୁବନେଶ୍ୱର: ଉନ୍ମୋଚିତ ହେଲା”ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲ। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଏହି “ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲକୁ ଶୁଭାରମ୍ଭ କରାଯାଇଛି। ପୋର୍ଟାଲ ଲଂଚ ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ପୋର୍ଟାଲ୍ ଟି www.subhadra.odisha.gov.in ଏହି ପୋର୍ଟାଲ୍ ଛଡା ଆଉ କୌଣସି ନକଲି ୱେବସାଇଟ ଦ୍ବାରା ଭ୍ରମିତ ହୁଅନ୍ତୁ ନାହିଁ ।

ସୁଭଦ୍ରା ଯୋଜନା ସମ୍ୱନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି । ଏହା ଦ୍ବାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ |

ଏହାର ଉପାଦାନ ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି । ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଦାୟିତ୍ୱ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି। ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ ।

ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ । ଆଉ କିଛି ଜାଣିବାକୁ ହେଲେ ଆପଣ ଟୋଲ ଫ୍ରି ନମ୍ବର -୧୪୬୭୮ ରେ କଲ କରିବେ । ଏହି ଟୋଲ ଫ୍ରି ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ। ଏହି ଫର୍ମ ସମ୍ପୂର୍ଣ ମାଗଣାରେ ଯଥେଷ୍ଟ ପରିମାଣରେ ଉପଲବ୍ଧ ରହିବ ।
ପୂରଣ ହୋଇଥିବା ଫର୍ମ ସହିତ ଅବେଦନ‌କାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ । ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ନିର୍ଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟଳୟରେ ୪ ସେପ୍ଟେମ୍ବର ଅପରାହ୍ନରୁ ଫର୍ମ ଦାଖଲ ଆରମ୍ଭ କରାଯିବ । ଏହି ଫର୍ମ ଦାଖଲ ସମ୍ପୂର୍ଣ ମାଗଣା ହେବ।

ସରକାରଙ୍କ ଅନୁମୋଦନ କ୍ରମେ ଚଳିତ ବର୍ଷର ରାକ୍ଷୀ ପୁର୍ଣ୍ଣିମା କିସ୍ତି ସେପ୍ଟେମ୍ବର ୧୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ଦେବା ଆରମ୍ଭ କରାଯିବ ଏବଂ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିଲା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ ।

ad-week
Leave A Reply

Your email address will not be published.