ମାଲକାନଗିରି ଜିଲ୍ଲାରେ ସୁଭଦ୍ରା ରଥର ଶୁଭାରମ୍ଭ

add-all

ମାଲକାନଗିରି : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୁଭଦ୍ରା ରଥକୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ନେଇ ଲୋକଙ୍କୁ ସଚେତନ କରିବା ପାଇଁ ସେପ୍ଟେମ୍ବର ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ରଥ ଜିଲ୍ଲା ବୁଲିବ। ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବ। ଏହି ରଥ ସଦର ମହକୁମାଠାରୁ ଗାଁ ପର୍ଯ୍ୟନ୍ତ ଚାରିଆଡେ ବୁଲି ଯୋଜନା ବିଷୟରେ ଲୋକଙ୍କୁ ସଚେତନ କରିବା ସହିତ ଉପଯୁକ୍ତ ତଥ୍ୟ ପ୍ରଦାନ କରିବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ତେରେସ୍କଭା ମଲ୍ଲିକ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ଓ ଜିଲ୍ଲା ବିତ୍ତ ପରିଚାଳକ, ମାନସ ମିଶ୍ର ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗର କର୍ମଚାରୀ, ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ଓ ମିଶନ ଶକ୍ତିର ସଦସ୍ୟାମାନେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.