ବାଲିଗୁଡାରେ ଗଣେଷ ପୂଜା ପାଳିତ : ନୂତନ ଛାତ୍ରଛାତ୍ରୀ ଖଡ଼ି ଛୁଆଁଇଲେ

add-all

ବାଲିଗୁଡା, ୦୭/୦୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି l ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ଟାଉନର ଫ୍ରେଣ୍ଡସ ଗ୍ରୁପ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ଶିକ୍ଷା ନିକେତନ, ଓ ମିଡ଼ିଆକିଆ ର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ପୂଜା ଓ ସାଜସଜ୍ଜା ତଥା ଆଲୋକ ତୋରଣ ମନଲୋଭା ସହ ଆକର୍ଷଣୀୟ ହୋଇ ପାରିଥିଲା l

ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା ଦେଖାଦେଇଛି l ସବୁ କ୍ଷେତ୍ରରେ ଚର୍ଚ୍ଚାରେ ରହି ଆସୁଥିବା ଟାଉନର ସାଂସ୍କୃତିକ ଅନୁଷ୍ଠାନ ଫ୍ରେଣ୍ଡସ ଗ୍ରୁପ ତରଫରୁ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏକ ଭିନ୍ନ ଧରଣର ୧୭ ଫୁଟିଆ ଗଣେଷ ମୂର୍ତ୍ତି ପ୍ରସ୍ତୁତ କରି ଅଷ୍ଟମ ବାର୍ଷିକ ଗଣେଷ ପୂଜା ମଧ୍ୟ ଆୟୋଜିତ କରିଛି l ଏ ନେଇ ସନ୍ଧ୍ୟାରେ ୧୦୮ ଆଳତୀ କାର୍ଯ୍ୟକ୍ରମ ସହ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ ହୋଇଥିଲା l ଦିନ ତମାମ ସମସ୍ତ ପୂଜାସ୍ଥଳରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା l ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବାଲିଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁଙ୍କ ନେତୃତ୍ୱରେ ସମଗ୍ର ସହରରେ ପାଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରାଯାଇଥିଲା l

ad-week
Leave A Reply

Your email address will not be published.