ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ଦାୟିତ୍ବ

add-all

ମାଲକାନଗିରି: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଫିସରଙ୍କୁ ଦାୟିତ୍ବ l ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀ ଓ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ମିଳିଲା ଦାୟିତ୍ବ l ଲଘୁଚାପଜନିତ ବର୍ଷାରେ ବେହାଲ ମାଲକାନଗିରିର ସ୍ଥିତି ଉପରେ ନଜର ରଖିବାକୁ ଏହି ୨ ଅଧିକାରୀଙ୍କୁ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର l ଲଘୁଚାପ ଜନିତ ଲଗାଣ ବର୍ଷରେ ମାଲକାନଗିରି ଜିଲ୍ଲାରେ ଗତକାଲିଠୁ ଜଳ ପ୍ରଳୟ ସ୍ଥିତି ଉପୁଜିଛି। ନଦୀ ଫୁଲୁଥିବାରୁ କିଛି ତଳିଆ ଅଞ୍ଚଳରେ ପାଣି ପଶିଛି।

ମାଲକାନଗିରିର କାଙ୍ଗୁରୁକୁଣ୍ଡା ପୋଲ, ଏମ୍ ଭି ୯୦ନଂ ପୋଲ ଓ କନ୍ୟା ଆଶ୍ରମ ପୋଲ ଉପରେ ୨ଫୁଟର ପାଣି ଚାଲିବାରୁ ଯାତାୟତ ଠପ୍‌ ହୋଇଛି । ସେହିପରି ପାଙ୍ଗମ, ଏମ୍‌ଭି ୭, ଏମ୍‌ଭି ୯୦ ଆଦି ଅନେକ ପୋଲରେ ୧୦ ଫୁଟ ପାଣି ପ୍ରବାହିତ ହେଉଛି। ସେପଟେ ପୋଟେରୁ ସହରର ଅନେକ ଘର ଭିତରେ ବର୍ଷା ପାଣି ପଶିଛି। ୩୨୬ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି ଆମ୍ବୁଲାନ୍ସ, ବସ୍, ଟ୍ରକ ଓ ବାଇକ । ମାଲାକାନଗିରିରୁ ମୋଟୁ, କାଲିମେଳାରୁ ମୋଟୁ, କାଲିମେଳାରୁ ପଡିଆ ଓ ୩ ରାଜ୍ୟକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

ଜିଲ୍ଲାରେ ଝିପିଝିପି ବର୍ଷା ଲାଗି ରହିଥ‌ିବା ବେଳେ ଜଳସ୍ତର ଆହୁରି ବୃଦ୍ଧି ପାଇବା ଆଶଙ୍କା ରହିଛି। ବର୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନିକ ଅଧିକାରୀ ମାନେ ସଜାଗ ରହିଛନ୍ତି । ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ କାଙ୍ଗୁରୁକୋଣ୍ଡା ଗସ୍ତ କରି ସ୍ଥିତି ଉପରେ ନଜର ରଖୁଛନ୍ତି । କାଲିମେଳା ବିଡିଓ, ମୋଟୁ ତହସିଲଦାର ଓ କାଲିମେଳା ଥାନା ଅଧିକାରୀ ବର୍ଷା ପାଣିରେ ବୁଡିଯାଇଥିବା ପୋଲ ଅଞ୍ଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରି ଜିଲ୍ଲା ପ୍ରଶାସନକୁ ଅବଗତ କରାଉଛନ୍ତି।

ad-week
Leave A Reply

Your email address will not be published.