ବଢିଲା ଶ୍ରମିକଙ୍କ ସହାୟତା ରାଶି

add-all

ଭୁବନେଶ୍ୱର,୧୧।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ଶ୍ରମିକଙ୍କ ପାଇଁ ବଡ଼ ସହାୟତା ରାଶି ଘୋଷଣା କଲେ ସରକାର। ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ୬ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ। ସେହିଭଳି ସ୍ବାଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଟଙ୍କା ଦିଆଯିବ।

ସୂଚନାଥାଉ କି, ପୂର୍ବ ସରକାର ସମୟରେ ନିର୍ମାଣ ଶ୍ରମିକଙ୍କ ଦୃଘଟଣାରେ ମୃତ୍ୟୁ ହେଲେ ୪ଲକ୍ଷ ଟଙ୍କା ମିଳୁଥିବାବେଳେ ସ୍ବାଭାବିକ ମୃତ୍ୟୁ ହେଲେ ୨ଲକ୍ଷ ଟଙ୍କା ମିଳୁଥିଲା।

ad-week
Leave A Reply

Your email address will not be published.