୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ କଲ୍ୟାଣକାରୀ ଯୋଜନାର କରିବେ ଶୁଭାରମ୍ଭ

add-all

ଭୁବନେଶ୍ୱର : ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚୀ ନେଇ ସମ୍ପୂର୍ଣ୍ଣ ବିବରଣୀ ଆସିଛି। ପୂର୍ବାହ୍ନ ୧୧ଟା ୩୫ରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ପୂର୍ବାହ୍ନ ୧୧ଟା ୫୫ରେ ଜନତାରେ ମଇଦାନ ପହଞ୍ଚିବେ । ସେଠାରେ ୧୨ଟାରୁ ସଭା ଆରମ୍ଭ ହେବ। ବିିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଜନତା ମଇଦାନ ସଭା ପରେ ବିମାନବନ୍ଦର ଯାଇ ସେଠାରୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ମୋଦୀ। ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରିବାର ଯୋଜନା ରହିଛି ।୧୭ ସୁଦ୍ଧା ଚୟନ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଟଙ୍କା ମିଳିବ ବୋଲି ସୂଚନା ମିଳିଛି ।

ad-week
Leave A Reply

Your email address will not be published.