ଲୁହା କଡ଼େଇରେ ଅବଢ଼ା ରୋଷେଇ କରିବା ଘଟଣା; କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟ ପ୍ରଶାସକ

add-all

ପୁରୀ : ଲୁହା କଡ଼େଇରେ ମହାପ୍ରସାଦ ରୋଷେଇ ନେଇ ବିଭିନ୍ନ ନିଯୋଗର ଅସନ୍ତୋଷ ପରେ ଆକ୍ସନ । ଲୁହା କଡ଼େଇ ବ୍ୟବହାର କରୁଥିବା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି । ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ, ରୋଷପାଇକ ନିଯୋଗ ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି ସାତ ଦିନ ଭିତରେ କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି ।

ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରିବାକୁ ମଧ୍ୟ କୁହାଯାଇଛି ।  ଏହି ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅରବିନ୍ଦ ପାଢୀ ।  ଏହି କାର୍ଯ୍ୟର ନିରୀକ୍ଷଣ କରି ରିପୋର୍ଟ ଦାଖଲ ପାଇଁ ସୁରକ୍ଷା ପ୍ରଶାସକଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ ।  ଶ୍ରୀମନ୍ଦିର ସଂସ୍କୃତିକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ପରମ୍ପରା ବିରୋଧୀ କାର୍ଯ୍ୟ ବରଦାସ୍ତ କରାଯିବ ନାହିଁ ବୋଲି କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ ଡ. ପାଢୀ ।

ad-week
Leave A Reply

Your email address will not be published.