ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି

add-all

ପୁରୀ : ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି। ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ASI ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ ସ୍ବତନ୍ତ୍ର ନୀତିକାନ୍ତି ଚାଲିବ। ତେଣୁ ତାପୂର୍ବରୁ ବାକି ଥିବା ବୈଷୟିକ ସର୍ଭେ ସାରି ରିପୋର୍ଟ ଦାଖଲ କରିବାକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।
ସୂଚନା ଅନୁସାରେ ଗତକାଲି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ବୈଷୟିକ ସର୍ଭେ କରାଯାଇଥିଲା। ଏଏସଆଇ ଏଡିଜି ଜାନ୍‌ଭିଜ୍‌ ଶର୍ମାଙ୍କ ନେତୃତ୍ୱରେ ୧୭ ଜଣିଆ ଟିମ୍‌ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଥିଲେ ।

ad-week
Leave A Reply

Your email address will not be published.