ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦ ତମ ପ୍ରତିଷ୍ଠା ଦିବସ ପାଳିତ

add-all

ଛତ୍ରପୁର : ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ୧୦ ତମ ପ୍ରତିଷ୍ଠା ଦିବସ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ର ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ କୁମାର ଭୋଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ମୁଖ୍ୟବକ୍ତା ଭାବେ ଛତ୍ରପୁର ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦ୍ବାରିକା ନାଥ ବେହେରା, ସମ୍ମାନିତ ଅତିଥି ଭାବେ ଚମାଖଣ୍ଡି ସରପଞ୍ଚ ସିଏଚ ମନୋଜ କୁମାର ରେଡ୍ଡୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରିନ୍ସପାଲ ସ୍ମିତା ବାଳା ପଣ୍ଡା ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ ।

ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା ମାନ ବିଦ୍ୟାଳୟ ସ୍ତରରେ ଆୟୋଜନ କରାଯାଇଥିଲା ଏବଂ ସେଥିରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।ବିଦ୍ୟାଳୟ ର କୃତି ଛାତ୍ର ଛାତ୍ରୀ ମାନେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଆଦର୍ଶ ବିଦ୍ୟାଳୟର କାର୍ଯ୍ୟକ୍ରମରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ କରାପଲ୍ଲି ଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ l ପରିଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ରଂଜିତ କୁମାର ରଣା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ପ୍ରତିଷ୍ଠା ଦିବସ କୁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ମାନେ ପରିଚାଳନା କରିଥିଲେ।

ad-week
Leave A Reply

Your email address will not be published.