ଋଷିକଲ୍ୟା ନଦୀରେ ବୁଡି ବିଜୁଳି ପୃଷ୍ଟି ମୃତ…

add-all


ହିଞ୍ଜିଳିକାଟୁ, ୨୫/୯: ହିଞ୍ଜିଳି ଥାନା ବ୍ରାହ୍ମଣଛାଇ ଗ୍ରାମର ଜଣେ ଯୁବକ ଋଷିକୂଲ୍ୟା ନଦୀରେ ବୁଡି ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମର ବିଜୁଳି ପୃଷ୍ଟି (୪୮) । ଯୁବକ ଜଣଙ୍କ ବୁଧବାର ସକାଳେ ଗାଧୋଇବା ପାଇଁ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ନଦୀକୁ ଯାଇଥିଲେ। ଗାଧୋଉଥିବା ସମୟରେ ଅସାବଧାନତା ବଶତଃ ଗୋଡ ଖସିଯିବାରୁ ନଦୀର ସ୍ରୋତରେ ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର, ଯୁବକଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ହିଞ୍ଜିଳି ପୁଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହକୁ ଜବତ କରିଛି। ଏ ନେଇ ହିଞ୍ଜିଳି ଥାନାରେ କେସ ନଂ – ୩୦/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛି।

ad-week
Leave A Reply

Your email address will not be published.