ରାଉରକେଲାରେ ଲଜ୍ଜା! ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ

add-all

ରାଉରକେଲା: ପୁଣି ରାଉରକେଲାରେ ଲଜ୍ଜା। ୪ ଦିନ ତଳେ ୨ ନାବାଳିକା ଭଉଣୀଙ୍କୁ ଗଣ ଦୁଷ୍କର୍ମ କରିବା ଭଳି ଘଟଣା ଘଟିବା ପରେ ଆଜି ପୁଣି ସମାନ ଏକ ମାମଲା ସମ୍ନାକୁ ଆସିଛି। ଏଠାରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ରଘୁନାଥପାଲି ଥାନା ନିକଟ ଏକ ରେଷ୍ଟୁରାଣ୍ଟରେ ଗଣଦୁଷ୍କର୍ମ ହୋଇଛି। ୫ ଜଣ ଗଣଦୁଷ୍କର୍ମ କରିଥିବା ନେଇ ଏତଲା କଲେ ପୀଡ଼ିତା।

ଗତକାଲି ରାତିରେ ରଘୁନାଥପାଲି ଥାନା ନିକଟରେ ଥିବା ଏକ ରେଷ୍ଟୁରାଣ୍ଟକୁ ନାବାଳିକା ନିଜର ୨ ପୁରୁଷ ବନ୍ଧୁଙ୍କ ସହ ଯାଇଥିଲେ। ପରେ ୨ ପୁରୁଷ ବନ୍ଧୁ ନାବାଳିକାଙ୍କୁ ପ୍ଲାଣ୍ଟ ସାଇଟ ଥାନା ଅଞ୍ଚଳକୁ ଆଣି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୨ ପୁରୁଷ ବନ୍ଧୁଙ୍କ ସମେତ ୫ ଜଣ ଯୁବକ ସଂପୃକ୍ତ ଥିବା ଥାନାରେ ଅଭିଯୋଗ ହୋଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଧରିବାକୁ ଖୋଳତାଡ ଆରମ୍ଭ କରିଛି ଓ ଘଟଣାର ତଦନ୍ତ କରୁଛି।

ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ରାଉରକେଲାର ବିର୍ସା ମୁଣ୍ଡା ଅଞ୍ଚଳରେ ୨ ଜଣ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା। କିଛି ଯୁବକ ୨ ନାବଳିକାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ପୁଲିସ ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା ଚଳାଇଥିବା ବେଳେ ପୁଣି ରାଉରକେଲାରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଆସିଛି। ଯାହା ପୁଲିସ ପାଇଁ ଚ୍ୟାଲେଞ୍ଜିଂ ହୋଇଛି।

ad-week
Leave A Reply

Your email address will not be published.