କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଖମନଖୋଲ ପଞ୍ଚାୟତ ପୁରୁଭଟ୍ଟା କ୍ଲଷ୍ଟରର ରାଇପଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଯୋଗଦେଇ ଦୀପଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବିଦ୍ୟାଳୟ ସଭାପତି ସଞ୍ଜୟ ସାଣ୍ଡ , ସିଆରସିସି ସରୋଜ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରୂପେଶ କୁମାର ଷଡ଼ଙ୍ଗୀ ପରିଚାଳନା କରିଥିଲେ l କ୍ଲଷ୍ଟର ସ୍ତରୀୟ ଛାତ୍ର ଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗୀତାରେ ଭାଗ ନେଇ ନିଜ ନିଜର କୃତିତ୍ୱ ପ୍ରତିପାଦନ କରି ଅତିଥିଙ୍କ ଠାରୁ ମାନପତ୍ର ଓ ପୁରସ୍କାର ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ଓ ଗ୍ରାମବାସୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

ad-week
Leave A Reply

Your email address will not be published.