୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର : ଦୁଇ ଦିନଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି।ମୁଖ୍ୟମନ୍ତ୍ରୀ ୩୦ ତାରିଖରେ ଝାଡ଼ଖଣ୍ଡ ପହଞ୍ଚିବା ପରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ। ସେଠାରେ ପ୍ରାକ୍ ନିର୍ବାଚନୀ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ସେହିପରି ୧ତାରିଖରେ ଝାଡ଼ଖଣ୍ଡର ଚାଇଁବାସାର କୋଲ୍ ହାନ୍ ଯିବେ ମୁଖ୍ୟମନ୍ତ୍ରୀ। ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ। ପଶ୍ଚିମ ସିଂହଭୂମ ଓ ଚାଇଁବାସାର କୋଲରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ଲୋକ ବସବାସ କରନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।
ଗତକାଲି ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ହିମନ୍ତ ବିଶ୍ୱଶର୍ମା ଝାଡ଼ଖଣ୍ଡ ବିଜେପିର ସହପ୍ରଭାରୀ ଅଛନ୍ତି। ଝାଡ଼ଖଣ୍ଡରେ କେବେ ନିର୍ବାଚନ ହେବ ସେନେଇ ତାରିଖ ଘୋଷଣା କରାଯାଇନାହିଁ। ତେବେ ବିଜେପି ପକ୍ଷରୁ ପ୍ରାକ୍ ନର୍ବାଚନୀ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ad-week
Leave A Reply

Your email address will not be published.