କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ମିଡିଆକିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସିଆରସିସି ପ୍ରଶାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ସିତାପଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ପାତ୍ର ଯୋଗଦେଇ ଦୀପଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ମୁଖ୍ୟ ଅତିଥି ଭାବେ ଗୁମ୍ମା ହାଇସ୍କୁଲର ଶିକ୍ଷକ ଅସିତ କୁମାର ସାହୁ ଯୋଗ ଦେଇ ସୁରଭିର ମୁଖ୍ୟ ଉଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ l ବିଦ୍ୟାଳୟର ପ୍ରଧାନଶିକ୍ଷକ ସବୀର ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଏଥିରେ ୯ ଟି ବିଦ୍ୟାଳୟର ପ୍ରାୟ ୭୦୦ କ୍ଲଷ୍ଟର ସ୍ତରୀୟ ଛାତ୍ର ଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗୀତାରେ ଭାଗ ନେଇ ନିଜ ନିଜର କୃତିତ୍ୱ ପ୍ରତିପାଦନ କରି ଅତିଥିଙ୍କ ଠାରୁ ମାନପତ୍ର ଓ ପୁରସ୍କାର ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ଓ ଗ୍ରାମବାସୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l ଶେଷରେ ଶିକ୍ଷୟିତ୍ରୀ ରଜନୀ ମଳିକ ଧନ୍ୟବାଦ ଅର୍ପଣ କରିଥିଲେ l

ad-week
Leave A Reply

Your email address will not be published.