ରାଜଗାଙ୍ଗପୁର ବ୍ଲକ ପରିସରରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

add-all

ରାଉରକେଲା : ୩୦/୦୯: ରାଜଗାଙ୍ଗପୁର ବ୍ଲକ ପରିସର ରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଆଦି ଉପରେ ଶୁଣାଣି କରିଥିଲେ।
ଆଜି ମୋଟ ୧୬୧ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୭୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୮୨ ଗୋଟି ସାମୁହିକ ଅଭିଯୋଗ ରହିଥିଲ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧ ଗୋଟି ଆବେଦନ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୨ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ଏହି ଅଭିଯୋଗ ଶୁଣାଣି ରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଦୁଃଖବନ୍ଧୁ ନାୟକ ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.