ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

add-all

ନବରଙ୍ଗପୁର ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଇଛି। ବରିଷ୍ଠ ନାଗରିକ ମାନଙ୍କ ଏକ ଶୋଭାଯାତ୍ରା ନଗର ପରିକ୍ରମା କରିଥିଲା। ଏଥି ସହ ଏକ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇ ଥିଲା। ବରିଷ୍ଠ ନାଗରିକ ମାନେ ନିଜ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କରାଇ ଶିବିର ରୁ ଔଷଧ ନେଇଥିଲେ।
ଏହି ଅବସରରେ ମିଶନ ଶକ୍ତି ସଭାଗୃହ ରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ଜିଲ୍ଲା ର ସମସ୍ତ ବ୍ଲକ୍ ଏବଂ ନବରଙ୍ଗପୁର ସଦରର ଦୁଇ ଛାମୁଆ ବରିଷ୍ଠ ନାଗରିକ ସଂଘ ର କର୍ମକର୍ତ୍ତା ତଥା ବରିଷ୍ଠ ନାଗରିକ ଯୋଗ ଦେଇଥିଲେ। ଏହି ବୈଠକ ପ୍ରାରମ୍ଭରେ ବରିଷ୍ଠ ନାଗରିକ ମାନଙ୍କୁ ଫୁଲତୋଡ଼ା ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ବରିଷ୍ଟ ନାଗରିକ ମାନଙ୍କ ଅଧିକାର ଓ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ସରକାର ଙ୍କ ବିଭିନ୍ନ ଯୋଜନା ସମ୍ପର୍କ ରେ ଆଲୋଚନା କରାଯାଇଥିଲା।
ଏହି କାର୍ଯ୍ୟକ୍ରମ ରେ ବିଧାୟକ,ଡାବୁଗାଁ, ଶ୍ରୀ ମନୋହର ରନ୍ଧାରୀ, ନଗରପାଳ ଶ୍ରୀ କୁନୁ ନାୟକ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ନବରଙ୍ଗପୁର,ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ, ନବୀନ ନାୟକ, ଉପଜିଲ୍ଲାପାଳ ପ୍ରକାଶ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ନବରଙ୍ଗପୁର ମୁନସିପାଲଟି ଓ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ର କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

ad-week
Leave A Reply

Your email address will not be published.