୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

add-all

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଲୋକଙ୍କ ଅଭିଯୋଗ ଶୁଣୁଥିବା ବେଳେ ଏହି ଶିବିର ୨ ଦିନ ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି। ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ଏଥିସହ ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଇ ସୂଚନା ଦିଆଯାଇଛି।
ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି। ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ହେଉଛି ଏହି ଅଭିଯୋଗ ଶୁଣାଣି। ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀ ଲୋକମାନଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି।

ad-week
Leave A Reply

Your email address will not be published.