ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ଅମିତ ଶାହ

add-all

ଆସନ୍ତାକାଲି ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବୈଠକ। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ।

ଏହି ବୈଠକରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ।

ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ, କେନ୍ଦ୍ରୀୟ ଶସସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ଗତ ବର୍ଷ ମଧ୍ୟ ଅକ୍ଟୋବର ୬ ତାରିଖରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହ ସମୀକ୍ଷା ବୈଠକ କରିଥିଲେ। ଏଥିରେ ମାଓବାଦୀଙ୍କୁ ମୂଳୋତ୍ପାଟନ କରିବା ପାଇଁ ଗୃହମନ୍ତ୍ରୀ ବିସ୍ତୃତ ନିର୍ଦ୍ଦେଶନାମା ଦେଇଥିଲେ। 

ad-week
Leave A Reply

Your email address will not be published.