କେନ୍ଦୁଝରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବା ଧାରା ଜାରି ରହିଛି। ବିଭିନ୍ନ ସ୍ଥାନକୁ ଗସ୍ତ ସମୟରେ ମଧ୍ୟ ସାଧାରଣ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଉଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ତିନି ଦିନିଆ କେନ୍ଦୁଝର ଗସ୍ତର ଶେଷ ଦିନରେ କେନ୍ଦୁଝର ସର୍କିଟ ହାଉସ ଓ ମଣ୍ଡୁଆ ସ୍ଥିତ ଅଭିଯୋଗ ଶୁଣାଣି କ୍ୟାମ୍ପ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କର ଅଭିଯୋଗ ପତ୍ର ଗ୍ରହଣ କରିବା ସହିତ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।

ଆଜି କେନ୍ଦୁଝର ସର୍କିଟ ହାଉସ ଓ ମଣ୍ଡୁଆ କ୍ୟାମ୍ପ କାର୍ଯ୍ୟାଳୟଠାରେ ଜିଲ୍ଲାର ପ୍ରାୟ ୨୫୦ ପାଖାପାଖି ସାଧାରଣ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଅଭିଯୋଗ ପତ୍ର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ପ୍ରତ୍ୟକ୍ଷଭାବେ ସେମାନଙ୍କ ଠାରୁ ଏହା ଗ୍ରହଣ କରି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେବାକୁ ପଦାଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ad-week
Leave A Reply

Your email address will not be published.