ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

add-all

ପୁରୀ : ଆସନ୍ତାକାଲି ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି ।  ଏହି ଅବସରରେ ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ।  ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।  ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ ।  ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।  ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ସେପଟେ ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ଆଶ୍ଵିନ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଏହି ସ୍ଵତନ୍ତ୍ର ନୀତି ଚାଲିବ।

ad-week
Leave A Reply

Your email address will not be published.