ଶିଳ୍ପ ତାଲିମ ଅନୁଷ୍ଠାନର ସମାବର୍ତ୍ତନ ଉତ୍ସବ

add-all

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ପୋଚିଲିମା ସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ସମାବର୍ତ୍ତନ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଆଇଟିଆଇ ଅଧ୍ୟକ୍ଷା ମୁକ୍ତିରାଣୀ ସାମନ୍ତଙ୍କ ତତ୍ତ୍ଵାବଧାନରେ ଶିଳ୍ପ ତାଲିମ ଅନୁଷ୍ଠାନ ପରିସରରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ହିଞ୍ଜିଳିକାଟୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ହିଞ୍ଜିଳିକାଟୁ ପୈାର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ପୋଚିଲିମା ଖାମ୍ବେୟାଦୋରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା, ଇଣ୍ଡଷ୍ଟ୍ରି ପାର୍ଟନର କେ. ଭାସ୍କର ପ୍ରମୁଖ ମଞ୍ଚାସିନ ଥିଲେ। ଅଧ୍ୟାପକ ଶଶାଙ୍କ ଶେଖର ସାହୁ ସ୍ବାଗତ ଭାଷଣ ଦେଇଥିବାବେଳେ ପ୍ରଶିକ୍ଷଣ ଅଧିକାରୀ ସତ୍ୟବ୍ରତ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ।

ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ବୃନ୍ଦ ପୁରସ୍କୃତ କରିବା ସହ ଶିକ୍ଷାର୍ଥୀ ମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ଦିଗରେ ମାର୍ଗ ଦର୍ଶନ କରିଥିଲେ। ପରିଶେଷରେ ଅଧ୍ୟାପକ ଆଦିତ୍ୟ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପକ ପ୍ରଶାନ୍ତ ବସ୍ତିଆ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଶଙ୍କର ବେହେରା, ସ୍ୱାଗତିକା ମହାନ୍ତି, ଅଶୋକ କୁମାର ଡାକୁଆ, ସ୍ବାଧିନ ଶେଖର ସାହୁ ଓ ଆଇଟିଆର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

ad-week
Leave A Reply

Your email address will not be published.