ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା

add-all

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ସହିତ ପାଇ ପାରିବେ।
ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ। ମହିଳାମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି। ସୂଚନା ଯୋଗ୍ୟ ଯେ ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।

ad-week
Leave A Reply

Your email address will not be published.