ଆୟୁଷ୍ମାନ ଭାରତ ଯୋଜନା: ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ

add-all

ଭୁବନେଶ୍ବର : ମଙ୍ଗଳବାରଠୁ ସାରା ଭାରତରେ ଲାଗୁ ହେବ ଆୟୁଷ୍ମାନ ଭାରତ ୭୦ ପ୍ଲସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭାରମ୍ଭ କରିବେ । ଯୋଜନା ସଂପର୍କରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇ କହିଛନ୍ତି, ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଯୋଜନା ଲାଗୁ ହୋଇନଥିଲା । ପ୍ରଥମ ଥର ପାଇଁ ଲଞ୍ଚ ହେବ। ତେଣୁ ଯୋଜନାର ମୋଡାଲିଟି ପ୍ରସ୍ତୁତ ହୋଇନି। ଖୁବଶୀଘ୍ର ମୋଡାଲିଟି ପ୍ରସ୍ତୁତ କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରାଯିବ । 

ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଯୋଜନା ପାର୍ଟ ୧ ଓ ୨ ଓଡିଶାରେ ଲାଗୁ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ। ରାଜ୍ୟରେ ଏକ କୋଟି ପରିବାର ପାଇଁ ଏହି ନୂଆ କାର୍ଡର ବ୍ୟବସ୍ଥା କରାଯିବ। ନୂଆ କାର୍ଡ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଯୋଗାଇ ଦିଆଯିବ। ପୁରୁଣା କାର୍ଡରେ ପୂର୍ବରୁ ୯୫୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଥିଲା ।ଏବେ ନୂଆ କାର୍ଡ ଲଞ୍ଚ ହେବା ପରେ ୨୭ ହଜାର ହସ୍ପିଟାଲରେ ଲୋକଙ୍କୁ ଚିକିତ୍ସା ସୁବିଧା ମିଳିବ । 

ad-week
Leave A Reply

Your email address will not be published.