ବୁଧବାର ଅପରାହ୍ନରୁ ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିରରେ ସର୍ବ ସାଧାରଣ ଦର୍ଶନ

add-all

ପୁରୀ : ଆସନ୍ତାକାଲି ଅର୍ଥାତ ୩୦ ତାରିଖ ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ପ୍ରାୟ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁମାନଙ୍କ ଉଦ୍ଦେଶ୍ୟରେ ଅବଗତି କରାଯାଇଛି।
ଏବେ ଚାଲିଛି ଧର୍ମର ମାସ କାର୍ତ୍ତିକ। ତେଣୁ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପହଞ୍ଚୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ। କାର୍ତ୍ତିକ ବ୍ରତଧାରୀଙ୍କ ବ୍ୟତୀତ ଅନ୍ୟ ଶ୍ରଦ୍ଧାଳୁମାନେ ଧାଡ଼ିରେ ଛିଡ଼ା ହୋଇ ଶୃଙ୍ଖଳିତ ଭାବେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଉଛନ୍ତି। ହେଲେ ଆସନ୍ତାକାଲି ଅପରାହ୍ନ ୫ଟା ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଯୋଗୁ ଏହି ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡ଼ିଛି।

ad-week
Leave A Reply

Your email address will not be published.