୭ ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ସାତ ଦିନିଆ ଲଣ୍ଡନ ଗସ୍ତ କରିବେ। ଗସ୍ତର ଉଦ୍ଦେଶ୍ୟ ହେଉଛି ଓଡିଶା ପର୍ଯ୍ୟଟନ ଶିଳ୍ପରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା।

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଦେଶ ମାଟିରେ ଉପମୁଖ୍ୟମନ୍ତ୍ରୀ ଓଡିଶା ପର୍ଯ୍ୟଟନ ବିକାଶର ଅପାର ସମ୍ଭାବନା ଉପରେ ଆଲୋକପାତ କରିବେ। ଏହି ଗସ୍ତ ଓଡିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ସହ ରାଜ୍ୟ ପର୍ଯ୍ୟଟନ ଶିଳ୍ପରେ ଅଧିକ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଦୃଢ଼ ଆଶା କରାଯାଉଛି।

ad-week
Leave A Reply

Your email address will not be published.