ବଲାଙ୍ଗୀରରେ ମୁଖ୍ୟମନ୍ତ୍ରୀ: ୬୨୧ କୋଟିର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ

Independence

ବଲାଙ୍ଗୀର : ବଲାଙ୍ଗୀର ଜିଲାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପଗୁଡ଼ିକର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ବିସ୍ତୃତ ବିବରଣୀ ଦେଇଥିଲେ। ମୁଖ୍ୟମନ୍ତ୍ରୀ ୬୨୧ କୋଟି ଟଙ୍କା ବ୍ୟୟରେ ମୋଟ ୨୭ଟି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି।
ସୂଚନା ଅନୁସାରେ, ତୁଷୁରାରେ ଏୟାରଷ୍ଟ୍ରିପ ଉନ୍ନତିକରଣ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ଏହି ପ୍ରକଳ୍ପ ପାଇଁ ୬୬ କୋଟି ଟଙ୍କା ବ୍ୟୟବରାଦ ରଖାଯାଇଥିବା ଜଣାପଡ଼ିଛି। ସେହିପରି ବଲାଙ୍ଗୀର ଜିଲାର ଉପର ଲାନ୍ଥ ଜଳସେଚନ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପ ଶିଳାନ୍ୟାସ ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ସୂଚନା ଦେଇ କହିଛନ୍ତି, ଏହାଦ୍ଵାରା ବେଲପଡ଼ା ବ୍ଲକର ୬ ହଜାର ହେକ୍ଟର ଚାଷଜମି ଜଳସେଚିତ ହେବ। ୨୪୯୫ ମିଟର ଡ୍ୟାମ ପାଇଁ ୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଡ୍ୟାମରୁ ୨୧୦ କିଲୋଓ୍ବାଟ ବିଦ୍ୟୁତ ଉତ୍ପାଦନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ad-week
Leave A Reply

Your email address will not be published.