ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଭୟଙ୍କର ଅଗ୍ନିକାଣ୍ଡ

add-all

ଖୋର୍ଦ୍ଧା: ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଲାଗିଲା ନିଆଁ। ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଏହି ଷ୍ଟୁଡିଓରେ ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ଯାଇଥିବା ବେଳେ ଜୀବନହାନୀ ହୋଇ ନଥିବା ଜଣା ପଡିଛି।

ଗତକାଲି ଷ୍ଟୁଡିଓରେ ସୁଟିଂ ଚାଲିଥିଲା। ସୁଟିଂ ସରିବା ପରେ ରାତିରେ ସମସ୍ତେ ସେଠାରୁ ଚାଲି ଯାଇଥିବା ବେଳେ ଷ୍ଟୁଡିଓ ଗେଟ୍‌ରେ ତାଲା ପଡ଼ିଥିଲା। ମାତ୍ର ବିଳମ୍ବିତ ରାତିରେ ଏହି ନିଆଁ ଲାଗିଥିବା ଅନୁମାନ କରାଯାଉଛି। ବିଦ୍ୟୁତ୍‌ ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଏହି ଅଗ୍ନିକାଣ୍ଡ ଯୋଗୁ ଷ୍ଟୁଡିଓ ଭିତରେ ଥିବା ବହୁ ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଉଛି।

ଆଜି ଭୋରରୁ ସ୍ଥାନୀୟ ଲୋକେ ନିଆଁ ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର ୪ଟି ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ବହୁ ସମୟ ପରିଶ୍ରମ କରିବା ପରେ ସେମାନେ ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି। ତେବେ ଉକ୍ତ ସମୟରେ ଷ୍ଟୁଡିଓ ଭିତରେ କେହି କର୍ମଚାରୀ ନ ଥିବାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ad-week
Leave A Reply

Your email address will not be published.