ହୋମ୍‌ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ

add-all

ଭୁବନେଶ୍ବର : ରାଜ୍ୟରେ ହୋମ୍‌ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍ ପ୍ରତ୍ୟାହୃତ ହୋଇଛି। ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ୍‌ ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ ପାରିବ।
ସୂଚନାଯୋଗ୍ୟ, ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି। ୨୩୬୯ଟି ପଦବୀ ଖାଲି ଅଛି। ଏହି ନିଷ୍ପତ୍ତି ଦ୍ୱାରା ଖାଲି ଥିବା ପଦବୀ ଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ad-week
Leave A Reply

Your email address will not be published.