ମାଟ୍ରିକ ଫର୍ମ ପୂରଣ ଅବଧି ବଢ଼ିଲା

add-all

କଟକ : ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ (BSE)। ପ୍ରେସ୍ ରିଲିଜ୍ ମାଧ୍ୟମରେ ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ଫର୍ମ ପୂରଣ ଅବଧିକୁ ବଢ଼ାଇଛି ବୋର୍ଡ। ସେହିପରି SOSC ପରୀକ୍ଷା ୨୦୨୫ (ପ୍ରଥମ) ପାଇଁ ମଧ୍ୟ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରାଯାଇଛି। ତେବେ ଏହା ପରେ ଆଉ ଫର୍ମ ପୂରଣ ଅବଧି ବୃଦ୍ଧି କରାଯିବ ନାହିଁ ବୋଲି ବୋର୍ଡ ପକ୍ଷରୁ ସ୍ପଷ୍ଟ ଭାବେ କୁହାଯାଇଛି।
ମାଟ୍ରିକ୍ ପରୀକ୍ଷା ପାଇଁ ନଭେମ୍ବର ୩ ତାରିଖରୁ ଆରମ୍ଭ ହୋଇଛି ଫର୍ମ ପୂରଣ। ନଭେମ୍ବର ୧୮ ଅର୍ଥାତ୍ ଆଜି ଫର୍ମ ପୂରଣର ଶେଷ ତାରିଖ ଥିଲା। ତେବେ ଏହାକୁ ବୋର୍ଡ ପକ୍ଷରୁ ବୃଦ୍ଧି କରାଯାଇଛି। ଫର୍ମ ପୂରଣ ସରିବା ପରେ ଚଳିତ ଥରର ମାଟ୍ରିକ ପରୀକ୍ଷାର୍ଥୀଙ୍କ ସଂଖ୍ୟା ସ୍ପଷ୍ଟ ହେବ।
ଆସନ୍ତା ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଏଥିପାଇଁ ସଂପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରିସାରିଛି ବୋର୍ଡ।
୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ। ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ୨୭ରେ ଗଣିତ ଓ ମାର୍ଚ୍ଚ ୧ରେ ବିଜ୍ଞାନ ପରୀକ୍ଷା ହେବ। ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ ଓ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ।
ସକାଳ ୯ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ ସମୟ ଦିଆଯିବ। ସେହିଦିନ ପରୀକ୍ଷା ସରିବ ୧୧ଟା ୪୫ରେ।

ad-week
Leave A Reply

Your email address will not be published.