କନ୍ଧମାଳ ଜିଲ୍ଲାର କଳା ଓ କ୍ରୀଡ଼ା ପ୍ରଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ଦାବିରେ ଜିଲ୍ଲା ପ୍ରଶାସନକୁ ଦାବୀ ପତ୍ର ପ୍ରଦାନ

add-all

କନ୍ଧମାଳ : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କ୍ରୀଡ଼ା ଓ କଳା ଶିକ୍ଷାକୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳନ କରିବା ନିମନ୍ତେ ଗତ ୨୦୧୩ ମସିହାରେ ସମସ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ସମସ୍ତ ଅସ୍ଥାୟୀ କଳା ଓ କ୍ରୀଡ଼ା ପ୍ରଶିକ୍ଷକ ମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବାକୁ ଦାବି ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ଥାୟୀ ନିଯୁକ୍ତି ଦାବିକରି ଓଡ଼ିଶା କଳା ଓ କ୍ରୀଡ଼ା ଶିକ୍ଷକ ମହାସଂଘ କନ୍ଧମାଳ ଜିଲା ଶାଖା ପକ୍ଷରୁ କନ୍ଧମାଳ ଜିଲା ପ୍ରଶାସନକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଅଧୀନସ୍ଥ ସମଗ୍ର ଶିକ୍ଷା ଅଭିଯାନ ଯୋଜନାରେ ଏହି ସବୁ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା। ତେଣୁ ସେମାନଙ୍କ ଦାବି ତୁରନ୍ତ ପୂରଣ କରିବା ପାଇଁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଛି। ଦାବିପତ୍ର ପ୍ରଦାନ ବେଳେ କନ୍ଧମାଳ ଜିଲା ଶାଖାର ସମସ୍ତ କର୍ମକର୍ତ୍ତା ମାନେ ସାମିଲ ହୋଇଥିଲେ।

ad-week
Leave A Reply

Your email address will not be published.