୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

add-all

ଭୁବନେଶ୍ୱର: ଡିସେମ୍ବରରେ ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି । ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡିସେମ୍ବର ୩ରୁ ୭ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବତ୍ତର୍ନ କରିବାର କାର୍ଯ୍ୟକ୍ରମ ରହିଛି। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ଆସିବେ। ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ମୁଖ୍ୟ ଶାସନ ସଚିବ ଏବଂ ଡିଜିପି ସମୀକ୍ଷା ବୈଠକ କରିଛନ୍ତି।

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପରେ ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କଲେଇକୁଣ୍ଡା ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜର ରଙ୍ଗମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ନିଜ ଗାଁ ଉପରବେଡାକୁ ଯିବେ ରାଷ୍ଟ୍ରପତି। ଗାଁରେ ପହଞ୍ଚିବା ପରେ ଉପରବେଡା ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯାଇ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିବାର କାର୍ଯ୍ୟକ୍ରମ ରହିଛି। ପରେ ସେଠାରୁ ନିଜ ବାସଭବନକୁ ଯିବେ।

ସେହିପରି ୭ ତାରିଖରେ ବାଙ୍ଗିରିପୋଷି ଯାଇ ଯାଇ ବହୁ ପ୍ରତୀକ୍ଷୀତ ବାଙ୍ଗିରିପୋଷି-ଗୋରୁ ମହିଷାଣୀ, ବୁଢାମରା-ଚାକୁଳିଆ ଓ ବାଦାମପାହାଡ-କେନ୍ଦୁଝରଗଡ ରେଳପଥର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି। ଏହାସହ ଆଭାସୀ ଜରିଆରେ ଆଦିବାସୀ ଗବେଷଣା କେନ୍ଦ୍ର, ଦାଣ୍ଡବୋଷ ଏୟାରଷ୍ଟ୍ରିପ୍ ଓ ଉପଖଣ୍ଡ ଚିକିତ୍ସାଳୟର ପୁନରୁଦ୍ଧାର ନିମନ୍ତେ ଭିତ୍ତି ପ୍ରସ୍ଥର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ସରିବା ପରେ କଲେଇକୁଣ୍ଡା ବିମାନବନ୍ଦରରୁ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ad-week
Leave A Reply

Your email address will not be published.