ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ

add-all

କେନ୍ଦୁଝର: ଜୁନିଅର୍ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଆଜି ସକାଳୁ ସକାଳୁ ଭିଜିଲାନ୍ସ ରେଡ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚାଲିଛି ରେଡ୍।

ଭୁବନେଶ୍ୱର, କେନ୍ଦୁଝର, ଯାଜପୁର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ରେଡ୍ କରିଛି। ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି। ଏହି ଚଢ଼ାଉରେ ୭ଜଣ ଡିଏସପି, ୫ଜଣ ଇନ୍ସପେକ୍ଟର, ୮ଜଣ ଏଏସଆଇଙ୍କ ସହ ଅନ୍ୟମାନେ ସାମିଲ୍ ଥିବା ଜଣାଯାଇଛି।

କେନ୍ଦୁଝର ଜଗନ୍ନାଥପୁରରେ ଥିବା ୨ମହଲା ଘର, ଭୁବନେଶ୍ୱରରେ ଥିବା ୪ ମହଲା ଘର, ଘସିପୁରା ତହସିଲ ମଦନପୁରଠାରେ ଥିବା ଫାର୍ମ ହାଉସ୍, ଯାଜପୁର ଟମକା ନିକଟ ଯେମାଦେଇପୁର ଠାରେ ପୈତୃକ ଘର, କେନ୍ଦୁଝର ଅଫିସ୍, ଭବାନୀପାଟଣାରେ ଥିବା ଭଡ଼ାଘର ଓ ଯାଜପୁର ଧର୍ମଶାଳା ନିକଟରେ ସମ୍ପର୍କୀୟଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ad-week
Leave A Reply

Your email address will not be published.