ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ

add-all

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତା ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପୈତୃକ ଘର ସହ ଭୁବନେଶ୍ୱର, କେନ୍ଦୁଝର ଓ ଯାଜପୁର ସମେତ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି।

କେନ୍ଦୁଝର ଜଗନ୍ନାଥପୁରରେ ଥିବା ୨ମହଲା ଘର, ଭୁବନେଶ୍ୱରରେ ଥିବା ୪ ମହଲା ଘର, ଘସିପୁରା ତହସିଲ ମଦନପୁରଠାରେ ଥିବା ଫାର୍ମ ହାଉସ୍, ଯାଜପୁର ଟମକା ନିକଟ ଯେମାଦେଇପୁର ଠାରେ ପୈତୃକ ଘର, କେନ୍ଦୁଝର ଅଫିସ୍, ଭବାନୀପାଟଣାରେ ଥିବା ଭଡ଼ାଘର ଓ ଯାଜପୁର ଧର୍ମଶାଳା ନିକଟରେ ସମ୍ପର୍କୀୟଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି। ଏହି ଚଢ଼ାଉରେ ୭ଜଣ ଡିଏସପି, ୫ଜଣ ଇନ୍ସପେକ୍ଟର, ୮ଜଣ  ଏଏସଆଇଙ୍କ ସହ ଅନ୍ୟମାନେ ସାମିଲ୍ ଥିବା ଜଣାଯାଇଛି। 

ad-week
Leave A Reply

Your email address will not be published.