ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

add-all

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଆଜି ଠାରୁ ଆରମ୍ଭ ହୋଇଯାଇଛି । ମହାମହିମ  ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି  ଦିନ ସାଢ଼େ ୪ଟାରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି ।

ବିମାନବନ୍ଦରରେ ପହଞ୍ଚିଲା ପରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଭୁବନେଶ୍ବର ମେୟର ସୁଲୋଚନା ଦାସ ସ୍ବାଗତ  କରିଥିଲେ। ଏହି ୫ଦିନିଆ ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ।

ବିମାନବନ୍ଦରରୁ ସେ ସିଧାସଳଖ ନିଳାଦ୍ରୀବିହାର ଚନ୍ଦ୍ରଶେଖରପୁର ଠାରେ ପହଞ୍ଚିବେ ଏବଂ ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗଦେବେ। କାର୍ଯ୍ୟକ୍ରମରେ ଯୋଗଦେଲା ପରେ ଭୁବନେଶ୍ୱରସ୍ଥିତ ରାଜଭବନ ପହଞ୍ଚି ରାତ୍ରୀଯାପନ କରିବେ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ନୀଳାଦ୍ରି ବିହାର ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା। କାର୍ଯ୍ୟକ୍ରମ ପୂର୍ବରୁ ଏଠାରେ ଆଣ୍ଟି ସାବୋଟାଜ ଚେକିଂ ଚାଲିଛି। ଯାଞ୍ଚ କରୁଛନ୍ତି ବୋମା ନିଷ୍କ୍ରିୟ ସ୍କ୍ୱାଡ୍ , ଡଗ୍ ସ୍ଵାଡ୍ ଯାଞ୍ଚ କରୁଛନ୍ତି। ଭୁବନେଶ୍ବରରେ ୪୦ ପ୍ଲାଟୁନ୍‌ ପୁଲିସ ମୁତୟନ ହୋଇଛନ୍ତି।

ad-week
Leave A Reply

Your email address will not be published.