ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା: ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

add-all

ଭୁବନେଶ୍ୱର : ଆସନ୍ତା ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା । ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀ ଚିଲିକାର ଚାରିପଟେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି । ଏହି ଜଳାଶୟକୁ ନଭେମ୍ବର ସୁଦ୍ଧା ଓଡିଶା ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ ପକ୍ଷୀଙ୍କର ଆଗମନ ହୋଇ ସାରିଲାଣି । କେବଳ ନଳବଣକୁ ୨ ଲକ୍ଷ ୧୭ ହଜାର ୧୭୦ ଗୋଟି ବିଦେଶାଗତ ପକ୍ଷୀ ଆସିଛନ୍ତି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।

ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସିପିଆ, ନଳବଣ, ମଧୁରଚୁଆ, ସମଲନାସୀ, ପାଣ୍ଡାନାସୀ, ପଞ୍ଚକୁଦୀ, ସୁନନ୍ଦା ଓ କାଲୁରୀ ଅଞ୍ଚଳରେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି । ବିଦେଶାଗତ ପକ୍ଷୀ ମାନଙ୍କ ପାଇଁ ପ୍ରତି ବର୍ଷ ଅକ୍ଟୋବରରୁ ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ୨୧ ଗୋଟି ଅସ୍ଥାୟୀ ପକ୍ଷୀ ସୁରକ୍ଷା ଶିବିର,୨ ଗୋଟି ଭ୍ରାମ୍ୟମାଣ ଦଳ ଗଠନ କରାଯାଇ ପ୍ରତି ଶିବିରରେ ତିନି ଜଣ ସ୍ଥାନୀୟ ଯୁବକ ଏବଂ ଜଣେ ବନରକ୍ଷୀଙ୍କ ଦ୍ଵାରା ଦିବାରାତ୍ର ପ୍ରହରା ଦେଇ ପକ୍ଷୀ ମାନଙ୍କୁ ସୁରକ୍ଷା ଦିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

ad-week
Leave A Reply

Your email address will not be published.