ଘରୋଇ ଯାତ୍ରୀବାହୀ ବସ ସହ ପିକଅପର ମୁହାଁମୁହିଁ ଧକ୍କା : ୨୦ ଆହତ :୩ ଗୁରୁତର

add-all


କନ୍ଧମାଳ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅନ୍ତର୍ଗତ ବରପଦା ଶଙ୍ଖିକଟା ଶାଳ ବଣ ବୁଲାଣି ନିକଟରେ ଘରୋଇ ଯାତ୍ରୀବାହୀ ବସ୍‌ ସହିତ ଏକ ପିକଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିନି ଜଣ ଗୁରୁତର ଅଛନ୍ତି। ଗୁରୁତର ହୋଇଥିବା ୩ ଜଣ ବସ୍‌ର ହେଲପର୍ ସିବିର ପ୍ରଧାନ, ବିଗ୍ନେ ବେହେରା ଓ ପ୍ରତିମା ନାୟକ ବୋଲି ଜଣାପଡ଼ିଛି l

ସୂଚନା ମୁତାବକ, ଏସ୍‌କଟ ନାମକ ଘରୋଇ ଯାତ୍ରୀବାହୀ ବସ୍‌ ଦାରିଙ୍ଗବାଡିରୁ ଭାୟା ବାଲିଗୁଡା ଦେଇ ଫୁଲବାଣୀ ଆସୁଥିଲା । ଆସିବା ବାଟରେ ସଦର ଥାନା ଅନ୍ତର୍ଗତ ବରପଦା ଶଙ୍ଖିକଟା ଶାଳ ବଣ ବୁଲାଣି ନିକଟରେ ଫୁଲବାଣୀରୁ ଫିରିଙ୍ଗିଆ ଆଡକୁ ଯାଉଥିବା ଏକ ପିକଅପ୍‌ ଭ୍ୟାନ୍‌ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି। ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ସଦର ପୁଲିସ ପହଞ୍ଚି ଥିଲା। ବସ୍‌ର ହେଲପର୍ ସିବିର ପ୍ରଧାନଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରିଛି ପୁଲିସ। ଅନ୍ୟ ଦୁଇ ଗୁରୁତର ବିଗ୍ନେ ବେହେରା ଓ ପ୍ରତିମା ନାୟକ ଙ୍କ ସମେତ ଆହତ ମନେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।

ad-week
Leave A Reply

Your email address will not be published.