ଜାନୁଆରୀ ୧୪ ରୁ ୨୨ ବନ୍ଦ ରହିବ ଭିତରକନିକା

Independence

କେନ୍ଦ୍ରାପଡା: ବନ୍ଦ ରହିବ ଭିତରକନିକା । ଆସନ୍ତା ଜାନୁଆରୀ ୧୪ରୁ ୨୨ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ । ତେବେ ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୫ ପ୍ରଥମ ମାସରେ କୁମ୍ଭୀର ଗଣନା କରାଯିବ । ଏଥିପାଇଁ ଏହି ସମୟରେ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଭିତରକନିକା ବର୍ତ୍ତୃପକ୍ଷ ।

ତେବେ ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ। ଶୀତ ଅଧିକ ହେଲେ ଛୋଟରୁ ବଡ ପର୍ଯ୍ୟନ୍ତ ସବୁ କୁମ୍ଭୀର ନଦୀପଠାରେ ଖରା ଖାଇବାକୁ ପଡ଼ି ରହିଥାନ୍ତି। ଭିତରକନିକାର ନଦୀନାଳ ମୁଖ୍ୟତଃ ଜୁଆରିଆ ହୋଇଥିବାରୁ ଅଧିକ ଭଟ୍ଟା ରହୁଥିବା ଅମାବାସ୍ୟା ତିଥି ପରେ ଉଚ୍ଚ ଜୁଆର ଆସୁ ନଥିବାରୁ ନଦୀପଠା ବୁଡି ନ ଥାଏ। ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବାକୁ ସୁବିଧା ହୋଇଥାଏ। ମୁଖ୍ୟତଃ ପର୍ଯ୍ୟଟକମାନେ ବୋଟ୍‌ରେ ଆସିବା ସମୟରେ କୁମ୍ଭୀରମାନେ ପଠାରୁ ନଦୀ ଭିତରକୁ ଚାଲି ଯାଆନ୍ତି। ପର୍ଯ୍ୟଟକଙ୍କୁ ବନ୍ଦ କରିବାର ୩ ରୁ ୪ଦିନ ପରେ ଆହୁଲା ମରା ଡଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଇଥାଏ ବୋଲି ସୂଚନା ଦେଇଛନ୍ତି କର୍ତ୍ତୃପକ୍ଷ ।

ad-week
Leave A Reply

Your email address will not be published.