ବଙ୍ଗୋପସାଗରରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ହୋଇପାରେ ଅବପାତ

add-all

ଭୁବନେଶ୍ବର: ବଙ୍ଗୋପସାଗରରେ ହୋଇପାରେ ଅବପାତ। ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ  ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାରେ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବିଭାଗ ସୂଚନା ଅନୁଯାୟୀ, ଏହି ଲଘୁଚାପ ଆଗାମୀ ୧୨ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି। ଆଜି ସ୍ପଷ୍ଟ ହୋଇଥିବା ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସହ ଶୁକ୍ରବାର ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ସମୟ କ୍ରମେ ଏହା ଆହୁରି ଘନୀଭୂତ ହୋଇ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାସହ ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ ଭାବେ ଉତ୍ତର-ଉତ୍ତର ପୂର୍ବ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ୨୦ ଏବଂ ୨୧ ତାରିଖରେ ମେଘୁଆ ପାଗ ସହ ବର୍ଷାର ପ୍ରଭାବ ରହିବାର ସମ୍ଭାବନା ରହିଛି।

ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆଜି ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଲାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଅନ୍ୟପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହା ପରେ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏଁ ହ୍ରାସ ଘଟିବ। ଫଳରେ ୨୨ ପରେ ପୁଣି ଥରେ ଶୀତ ଫେରିବ। ଆଉ ବର୍ଷା ସମ୍ଭାବନା ନଥିଲେ ମଧ୍ୟ ବର୍ଷା କମିବା ପରେ ରାଜ୍ୟରେ ପୁଣି ବଢ଼ିବ ଶୀତ ପ୍ରକୋପ। ୩ ଦିନ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ କମିପାରେ।

ad-week
Leave A Reply

Your email address will not be published.