ବଣ୍ଡାଘାଟିରେ ସୁଭଦ୍ରା ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

add-all

ମାଲକାନଗିରି : ଆଜି ମାଲକାନଗିରି ଜିଲ୍ଲାର ଖଇରପୁଟ ର ମୁଦୁଲିପଡା ଠାରେ ବଣ୍ଡାଘାଟି ଅଞ୍ଚଳରେ ସୁଭଦ୍ରା ଯୋଜନା ର କାର୍ଯ୍ୟକାରିତା ଉପରେ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା। ଏହି ସମୀକ୍ଷା ରେ ମାନ୍ୟବର ବିଧାୟକ, ଚିତ୍ରକୋଣ୍ଡା ଏବଂ ମାଲକାନାଗିରି, ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଏବଂ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ବଣ୍ଡାଘାଟିରେ ସୁଭଦ୍ରା ଯୋଜନାର ସହାୟତା ପଂହଁଚି ପାରୁନି ବୋଲି ବାର ବାର ଅଭିଯୋଗ ଆସୁଥିଲା। ଏହି ସଂକ୍ରାନ୍ତରେ ଉପମୁଖ୍ୟମନ୍ତ୍ରୀ ନିଜେ ସମୀକ୍ଷା କରିବେ ବୋଲି କହିଥିଲେ। ଆଜି ଉପମୁଖ୍ୟମନ୍ତ୍ରୀଙ୍କ କୋରାପୁଟ-ମାଲକାନଗିରି ଗସ୍ତରେ ନିଜ କଥା ଅନୁସାରେ ନିଜେ ବଣ୍ଡାଘାଟି ଯାଇ ସୁଭଦ୍ରା ଯୋଜନାର ସମୀକ୍ଷା କରିଛନ୍ତି।

ad-week
Leave A Reply

Your email address will not be published.