ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷା

add-all

ଭୁବନେଶ୍ଵର: ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା। ଆଜି ସୁନ୍ଦରଗଡ଼ ସମେତ ଗୋଟିଏ ଦୁଇଟି ଜିଲ୍ଲାକୁ ଛାଡ଼ିଲେ ବାକି ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ସାରା ରାଜ୍ୟରେ କୋହଲା ପାଗ ଲାଗିରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ତେବେ କାଲିଠୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ, ଏଥିସହ ଥଣ୍ଡା ବଢିବାର ମଧ୍ୟ ସମ୍ଭାବନା ରହିଛି।

ତେବେ ରାଜ୍ୟରେ ଆହୁରି ୨୪ ଘଣ୍ଟା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତାକାଲି ଯାଏଁ ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ଏନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣରେ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

୨୬ ତାରିଖ ପରଠାରୁ କମିବ ବର୍ଷାର ପରିମାଣ । ଶୁକ୍ରବାର ଯାଏ ରାଜ୍ୟର ସବୁ ଅଞ୍ଚଳର ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ । ଶୁକ୍ରବାରଠାରୁ ପାରଦ ୨ରୁ ୩ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେପଟେ ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବାର ଆଶଙ୍କା ରହିଛି ।

ad-week
Leave A Reply

Your email address will not be published.