ନୀତୀଶ କୁମାର ଓ ନବୀନ ପଟ୍ଟନାୟକଙ୍କୁ ମିଳୁ ଭରତ ରତ୍ନ : କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ

add-all

ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଓଡ଼ିଶା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି ହୋଇଛି। ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ଏହି ଦାବି କରିବା ସହ ଦୁଇ ପୁରୁଖା ନେତାଙ୍କୁ ବେଶ ପ୍ରସଂଶା ମଧ୍ୟ କରିଛନ୍ତି। ବୁଧବାର କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ କହିଛନ୍ତି, ନୀତୀଶ କୁମାର ଏବଂ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ମିଳିବା ଦରକାର। ଅନ୍ୟପକ୍ଷରେ ଏହି  ଦାବିକୁ ନେଇ ବେଶ୍ ଚର୍ଚ୍ଚା ଆରମ୍ଭ ହୋଇଛି।

କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ନିଜ ଲୋକସଭା ନିର୍ବାଚନ ମଣ୍ଡଳୀ ବେଗୁସରାଇରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଖୁବ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ନୀତୀଶ କୁମାର ଏବେ ବିଜେପିର ସହଯୋଗୀ ଅଛନ୍ତି, ନବୀନ ପଟ୍ଟନାୟକଙ୍କ ବିଜେଡି ମଧ୍ୟ ଏନଡିଏକୁ ସମର୍ଥନ ଦେଇଥାଏ। ହେଲେ ଗତ ନିର୍ବାଚନରେ ଓଡ଼ିଶାରେ କ୍ଷମତା ହାସଲ କରି ସରକାର ଗଢ଼ିଛି ବିଜେପି।

ad-week
Leave A Reply

Your email address will not be published.